ଆମ୍ବଲା-ଦିଲ୍ଲୀ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।
ଘଟଣା ଅନୁଯାୟୀ, ଆଜି ଭୋର ପ୍ରାୟ ୩ଟା ବେଳେ ହରିୟାଣାର ଆମ୍ବଲା-ଦିଲ୍ଲୀ ଜାତୀୟ ରାଜପଥରେ ୩ ଟି ପର୍ଯ୍ୟଟକ ବସ ଦିଲ୍ଲୀରୁ କାତ୍ରା ଯାଉଥିଲା । ସେମାନଙ୍କ ମଧ୍ୟରୁ ଜଣେ ବସ ଡ୍ରାଇଭର ହଠାତ ବ୍ରେକ ମାରିବା ଯୋଗୁଁ ତିନୋଟି ଯାକ ବସ ଧକ୍କା ହୋଇଥିଲା । ଦୁର୍ଘଟଣାରେ ବସ ଗୁଡିକ ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛି । ଗୁରୁତର ଆହତଙ୍କୁ ନିକଟସ୍ଥ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି ।





