କରୋନା ପଞ୍ଝାରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ

ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ କରୋନା | ଏନେଇ ସେ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି | ଟ୍ବିଟ୍‌ କରି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଲେଖିଛନ୍ତି, ଗୁରୁବାର ଦିନ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉନଥିଲା । ସେ ହୋମଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି । ଏଥିସହ ଶେଷ ୩ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି ।

ପ୍ରକାଶ ଥାଉ କି ରାଜ୍ୟରେ ବର୍ତ୍ତମାନ କରୋନା ଲମ୍ବା ଲମ୍ପ ମାରିଛି । ଦୁଇ ସପ୍ତାହ ହେବ ବଢୁଛି ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୫୭୯ ଜଣ ଚିହ୍ନଟ ହୋଇଥିବା ୧୧୨୪ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୭୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୯୬୩୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts