କ୍ୟାପିଟାଲ ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ତେବେ ପୀଡ଼ିତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ପୁଲିସ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଛି । ହେଲେ ଅଭିଯୁକ୍ତମାନଙ୍କର ଟେର ପାଉନି ।ଗତକାଲି ବିଳମ୍ବିତ ରାତିରେ ନାବାଳିକା ଜଣଙ୍କ ରାସ୍ତାକଡ଼ରେ ଗୁରୁତର ଅବସ୍ଥାରେ ପଡ଼ିରହିଥିଲେ । ସ୍ଥାନୀୟ ଲୋକ ଦେଖି ପୁଲିସ୍‌କୁ ସୂଚନା ଦେବା ପରେ ନାବାଳିକାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କ ଘର ବିହାରରେ ବୋଲି ଜଣାପଡ଼ିଛି ।

Related Posts