
ଗୁଜୁରାଟରେ ବନାସ୍କାନ୍ତା ଜିଲ୍ଲାର ଥରଡ-ଧାନେରା ରାଜପଥରେ ଭୟଙ୍କର ଦୁର୍ଘଟଣା ଘଟିଛି । ଟ୍ରକ-କାର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଏନେଇ ସ୍ଥାନୀୟ ଥାର୍ଡ ପୋଲିସ ଷ୍ଟେସନ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ ଆଜି ସକାଳ ସମୟରେ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହୋଇଥିଲା । ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ତେବେ ଦୁର୍ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2 ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି ପରେ ଡାକ୍ତର ମୃତ ଘୋଷଣା କରିଥିଲେ । ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ପୋଲିସ ପକ୍ଷରୁ ତଦନ୍ତ ଜାରୀ ରହିଛି ।