
ଭୁବନେଶ୍ବର୨୧.02.22 ନବୀନ ପଟନୟକଅ ଓ ତାଙ୍କର ବ୍ୟାକରୁମ୍ ପରାମର୍ଶଦାତା ଙ୍କୁ ଭଲଭାବେ ଜଣା ଲୋକଙ୍କ ନଜରକୁ କିଭଳି ନିଜ ଆଡ଼କୁ ଢ଼ଲାଯଇପାରିବ। ଏହାର ସୁନ୍ଦର ଉଦାହରଣ ହେଉଛି ଦୁଇଟି ଉଦାହରଣ। ଅସୁସ୍ଥତାର ଗୁଜବ ପରେ ପ୍ରଥମେ ପ୍ରଭୂ ଲିଙ୍ଗରାଜଙ୍କ ଦର୍ଶନ ଓ ଆଜି ସ୍ପୋର୍ଟସ ମ୍ୟାନ ବେଶରେ କଳିଙ୍ଗ ଷ୍ଟାଡିୟମ୍ ଗସ୍ତ।

ରାଜ୍ୟବାସୀଙ୍କୁ ଫୁଲ୍ ଚକମା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳିଙ୍ଗ ଷ୍ଟାଡିୟମ୍ ରେ ନବୀନ ନୂଆ ରୂପକୁ ନେଇ ଚର୍ଚ୍ଚା ଜୋର। ଯେଉଁ ଚେହେରା ରାଜ୍ୟବାସୀ କେବେ ବି ଦେଖି ନ ଥିଲେ ଆଜି ନବୀନ ପୂରା ସ୍ପୋର୍ଟସମେନ ସାଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍ସ ରେ ଓହ୍ଲାଇଥିଲେ। ଟି ସାର୍ଟ ଓ ଟ୍ରାକ ପ୍ୟାଣ୍ଟ୍ ରେ ନବୀନ ଙ୍କୁ ଦେଖିବାକୁ ମିଳିଥିଲା।

ପ୍ରଥମେ କଳିଙ୍ଗ ଷ୍ଟାଡିୟମ୍ ରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍ଡୋର ଆଥଲେଟିକ୍ ଷ୍ଟାଡିଅମ । ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି ।

ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ । ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।
ବର୍ତ୍ତମାନ କଳିଙ୍ଗ ଷ୍ଟାଡିଅମ୍ କମ୍ପେଲେକ୍ସରେ ଇନ୍ଡୋର ଆଥଲେଟିକ ଷ୍ଟାଡିଅମ ଓ ଟେନିସ ସେଣ୍ଟର ସହିତ ଇନ୍ଡୋର ଆକ୍ବାଟିକ୍ସ ଷ୍ଟାଡିଅମ, Hockey HPC Building, ଓ ଷ୍ଟାଫ ମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି । ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀ ମାନଙ୍କୁ ଭେଟି ସେମାନଙ୍କର ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ।