ଦେଶରେ ଏବେ ତଳ ମୁହାଁ କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ହୁ ହୁ ହୋଇ ବଢୁଥିବା ସଂକ୍ରମଣରେ ଏବେ ଲାଗୁଛି ବ୍ରେକ | ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୬ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୮୧୦୭୫ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୧ ଲକ୍ଷ ୫୮ ହଜାର ୫୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୨ ହଜାର ୩୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି |
ସେହିପରି ରାଜ୍ୟରେ ଆଜି ଗତ ୨୪ ଘଟଣା ମଧ୍ୟରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏଥିସହ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା | ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୬ ଜଣ ରହିଛନ୍ତି ।





