
ଦେଶରେ ଏବେ ସଂକ୍ରମଣ ତଳ ମୁହାଁ ରହିଛି । ହୁ ହୁ ହୋଇ ବଢ଼ୁଥିବା ସଂକ୍ରମଣ ଏବେ କମିବାରେ ଲାଗୁଛି । ମୃତ୍ୟୁସଂଖ୍ୟା ବି କମିବାରେ ଲାଗୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୪୮୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୮୪ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୬ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୩୭୦୪୫ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୧୫ ଲକ୍ଷ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୦୮୬୬୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।