ବିହାର ବିଧାନସଭା ନିର୍ବାଚନ; ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କଲା ଜେଡିୟୁ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିହାର ବିଧାନସଭା ନିର୍ବାଚନକୁ ନେଇ ସାରା ଦେଶରେ ଚର୍ଚ୍ଚା ଜର ଧରିଛି । ଏହା ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଆଜି ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି। ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ଜେଡିୟୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିଲା।

ପ୍ରଥମ ପର୍ଯ୍ୟାୟ ତାଲିକାରେ ଜେଡିୟୁ ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା।ପ୍ରଥମ ତାଲିକାରେ ଜେଡିୟୁ ଜଣେ ବି ମୁସଲିମ ପ୍ରାର୍ଥୀଙ୍କୁ ଟିକେଟ ଦେଇ ନଥିଲା` କିନ୍ତୁ ଦ୍ୱିତୀୟ ତାଲିକାରେ ୪ଜଣ ମୁସଲିମ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଥିବାର ଦେଖିବାକୁ ମିଳିଛି ।

Related Posts