
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ, କିନ୍ତୁ ଦୈନିକ ସଂକ୍ରମଣ ୨ ଲକ୍ଷ ଉପରେ ରହୁଛି | ମୃତ୍ୟୁ ସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୨ ଲକ୍ଷ ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୫୯ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୯୯୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୯୫୯ ଛୁଇଁଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୧୩ ଲକ୍ଷ ୨ ହଜାର ୪୪୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୮୩୧୨୬୮ ସକ୍ରିୟ ମାମଲା ରହିଛି ଏବଂ ୩୮୯୭୬୧୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୫୦୫୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।