ଭିଜିଲାନ୍ସ ପଞ୍ଝାରେ ରାଉରକେଲାର ଆସିଷ୍ଟାଣ୍ଟ କଲେକ୍ଟର

ଭିଜିଲାନ୍ସ ପଞ୍ଝାରେ ରାଉରକେଲାର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକ | ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଯାଇଛି | ତାଙ୍କ ବାସ ଭବନ ସମେତ 5 ଟି ସ୍ଥାନରେ ଅତର୍କିତ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଅଧିକାରୀ | ମନୋରଞ୍ଜନଙ୍କ ଛେଣ୍ଡ୍ ସ୍ଥିତ ୨ଟି ଘର, କାର୍ଯ୍ୟାଳୟ , ଭୁବନେଶ୍ୱର ଗୋଠପଟାଣାରେ ଥିବା ଅପାଟମେଣ୍ଟ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ର ଜିଲ୍ଲାର ଭିଜିଲାନ୍ସ ଟିମ୍‌ ମିଳିତ ଭାବେ ଏହି ଚଢ଼ାଉ କରିଛନ୍ତି । ଵର୍ତ୍ତମାନ ଯାଏ ଭିଜିଲାନ୍ସ କିଛି ସରକାରୀ କାଗଜପତ୍ର ଜବତ କରିବା ସହିତ ବିଶେଷ ତଥ୍ୟ ମିଳିପାରିନାହିଁ ।

ମନୋରଞ୍ଜନ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଆଜି ଭୋରରୁ ମନୋରଞ୍ଜନ ଘରେ ଚଢ଼ାଉ କରିଥିଲା।

Related Posts