ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୀପାବଳି ଭେଟି। ତେବେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।





