
ଓମିକ୍ରନର ଭୟ ଭିତରେ ଆଜି ରାଜ୍ୟରୁ ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୪ ଜଣ,କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୮୪ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।