ରାଜ୍ୟରେ ୨୪ରୁ ୩ଦିନ ବର୍ଷା: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଆସନ୍ତାକାଲି ଠାରୁ ୩ ଦିନ ଧରି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ | ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ୨୪ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ । ସେହିପରି ୨୫ ତାରିଖରୁ ପୁଣି ସକ୍ରିୟ ହେବ ପଶ୍ଚିମାଝଡ । ଯାହାର ପ୍ରଭାବରେ ୨୫ରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । କେତେକ ଜିଲ୍ଲାରେ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛନ୍ତି । ଆଜି ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ଖସିଚି |

ଅନ୍ୟପଟେ ୨୫ ତାରିଖ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର | ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଥିସହ ୨୬ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକକୁ ଫେରି ଆସିଛି । ଏଣୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ |

ଉଭୟ ବଙ୍ଗୋପସାଗର ଏବଂ ଆରବସାଗର ଆଡୁ ଓଡିଶା ଆଡକୁ ମୁହାଁଉଥିବା ଆର୍ଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ।

Related Posts