୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଏଥିସହ ୮୬୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୭୪୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୬୫ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୨୫୦୧୧ ସକ୍ରିୟ ମାମଲା ରହିଛି ଏବଂ ୪ କୋଟିରୁ ଅଧିକ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୦୧୯୭୯ ସଂକ୍ରମିତ ପ୍ରାଣ ହରାଇଛନ୍ତି |

Related Posts