ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା

ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି । ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ଦିଆଯାଉଥିବା ପ୍ରୋତ୍ସାହନ ରାଶି ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପାଇବେ। ମିନି ଅଙ୍ଗନବାଡ଼ି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିଭଳି ଅଙ୍ଗନବାଡ଼ି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ଏହି ନୂତନ ପ୍ରୋତ୍ସାହନ ରାଶିକୁ ପିଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି। ଏହାଦ୍ୱାର ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ଉପକୃତ ହେବେ। ଅନ୍ୟପକ୍ଷରେ ସରକାରଙ୍କ ଏହି ଘୋଷଣା ଦ୍ୱାରା ରାଜ୍ୟର ମୋଟ ୧ ଲକ୍ଷ ୩୦ ହଜାର ଅଙ୍ଗନବାଡ଼ି କର୍ମୀ ଉପକୃତ ହେବେ।

ସେହିଭଳି ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Related Posts