ପୁରୀ,(ସତ୍ୟପାଠବ୍ୟୁରୋ): ଅବଢ଼ା ଯୋଜନାରେ ପୁରୀ ପାଇଁ ଅଧିକ ୧୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ପ୍ରକଳ୍ପ ପାଇଁ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭ କୋଟି ୧୯ ଲକ୍ଷ ଟଙ୍କା । ଏବେ ଏହା ୬୫୮ କୋଟି ୩ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେଥିପାଇଁ ଅଧିକ ୧୦୦ କୋଟି ୮୩ ଲକ୍ଷ ଟଙ୍କା ବରାଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୂଷା ନଦୀର ସଂପ୍ରସାରଣ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ରର ପଞ୍ଚମ ମହଲାରେ ୨ ହଜାର ଆସନ ବିଶିଷ୍ଟ ବହୁମୁଖୀ ହଲ୍ ନିର୍ମାଣ କରାଯିବ । ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ଯେତେ ଅର୍ଥ ଆବଶ୍ୟକ, ତାହା ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।