ଅସହ୍ୟ ଶୀତରେ ଥରିବେ ଓଡିଶା ବାସୀ

ସତ୍ୟପାଠ 21/12 ଭୁବନେଶ୍ୱର: ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ । ଆଜି ରାତିରେ ବି ଅନୁଭୂତ ହେବ ହାଡ଼ଭଙ୍ଗା ଶୀତ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୭ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ପ୍ରବଳ ଶୀତ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିଭଳି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ଼, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡ଼ା, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ଶୀତ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ସେହିଭଳି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାକୁ ଦିନ ବେଳା ଶୀତଲହରୀ ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ୨୩ ତାରିଖରେ ପ୍ରବଳ ଶୀତ ନେଇ ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ନୟାଗଡ଼, କଟକ ଓ ଖୋର୍ଦ୍ଧାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୪ ତାରିଖରେ କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ଶୀତ ନେଇ ଦିଆଯାଇଛି ୟେଲୋ ଆଲର୍ଟ । ଆସନ୍ତା ୩ ଦିନ ଯାଏ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତାପରେ ତାପମାତ୍ରା ଧିରେ ଧିରେ ୨ରୁ ୩ ଡିଗ୍ରୀ ଯାଏ ବଢ଼ିପାରେ । ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ଠାରୁ ପାରଦ ୫ରୁ ୬ ଡିଗ୍ରୀ ଖସିବ । ସେହିଭଳି ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ଠାରୁ ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ୍ ହ୍ରାସ୍ ପାଇପାରେ ।

Related Posts