କଟକ(ସତ୍ୟପାଠବ୍ୟୁରୋ) : କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତି ମୃତ୍ୟୁ ମାମଲାରେ ଶବ ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ହୋଇଛି । ଏଥିରେ ଆଇଆଇସିଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁ ହୋଇଥିବା ଉଲ୍ଲେଖ ରହିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆଇଆଇସି ନିଜ ଥାନା ଭିତରେ ଥିବା କ୍ବାର୍ଟର୍ସରେ ଆତ୍ମହତ୍ୟା କରିଥିଲେ । ବିୟୁଟି ମହାନ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ଏହାର ସ୍ପଷ୍ଟ ତଥ୍ୟ ସାମ୍ନାକୁ ଆସିନଥିବା ବେଳେ ସ୍ବତନ୍ତ୍ର ଟିମ୍ ଘଟଣାର ତଦନ୍ତ କରୁଛି । ମହିଳା ପୋଲିସଙ୍କ ମୃତ୍ୟୁ ଏବେ ବି ସନ୍ଦେହ ଘେରରେ ଥିବାବେଳେ ପୋଲିସ ତଦନ୍ତ ଜାରି ରହିଛି। ମହିଳା ଆଇଆଇସି ବ୍ୟୁଟି ମହାନ୍ତିଙ୍କ ମୃତ୍ୟୁ, ହତ୍ୟା ନା ଆତ୍ମହତ୍ୟା, ଏହା ପଛରେ କ’ଣ କାରଣ ରହିପାରେ, ତମାମ ପ୍ରଶ୍ନର ଉତ୍ତର ଖୋଜି ବାହାର କରିବ ପୋଲିସ। ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବାସ୍ତବିକ ମୃତ୍ୟୁ ପଛର ରହସ୍ୟ କ’ଣ? ତେବେ କୌଣସି ବ୍ୟକ୍ତିଗତ କାରଣରୁ ମହିଳା ଆଇଆଇସି ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ପୋଲିସ କମିଶନର।
