ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ

ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି । ଏନେଇ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି | ଏଥିସହ ଆଜିଠୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଶ୍ରୀମନ୍ଦିରରେ ଏହି ନୀତି ଦୀର୍ଘ ମାସେ ଧରି ଚାଲିବ ।

ପୌଷମାସରେ ମା’ ଲକ୍ଷ୍ମୀ ନିଜ ବାପ ଘରକୁ ଯାଇଥାନ୍ତି । ଏହି ସମୟରେ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରନ୍ତି ।

ପୌଷ ପୂର୍ଣ୍ଣିମାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପହିଲି ଭୋଗ ପ୍ରସ୍ତୁତ କରାଯାଏ । ପହିଲି ଭୋଗ ବଡ଼ି ଭୋରରୁ ଲାଗି କରାଯାଏ । ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ମୁଖ୍ୟତଃ ବଡ଼ ଝିଲି, ଅମାଲୁ, ଗଇଣ୍ଠା, ଏଣ୍ଡୁରି, ଆରିସା, କାକରା ଓ ବଡ଼ି ଆଦି ଭୋଗ ଲଗାଯାଇଥାଏ । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ଅବକାଶ ଓ ମଙ୍ଗଳ ଆଳତୀ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ । ପହିଲି ଭୋଗ ସମୟରେ ଦିବା ପହୁଡ଼ କରାଯିବାର ନୀତି ମଧ୍ୟ ରହିଛି ।

Related Posts