ଆଜି ବର୍ଷର ପ୍ରଥମ ପର୍ବ ମକର ସଂକ୍ରାନ୍ତି, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ବର୍ଷ ଆରମ୍ଭର ପ୍ରଥମ ପର୍ବ ମକର ସଂକ୍ରାନ୍ତି | ଗତ ଦୁଇ ବର୍ଷ ହେଲା କରୋନା ମହାମାରୀ ର ଭୟାବହାତା ଯୋଗୁଁ ସବୁ ପର୍ଵ ପର୍ବାଣି ବନ୍ଦ ହୋଇଯାଇଥିଲେ ମଧ୍ୟ କିନ୍ତୁ ମକର ସଂକ୍ରାନ୍ତି ର ଏକ ବିଶେଷ ମହତ୍ଵ ରହିଛି।
ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି ।

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ ।

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ । ପ୍ରତିବର୍ଷ ୧୪ ଜାନୁୟାରୀରେ ମକର ସଂକ୍ରାନ୍ତି ପାଳନ କରାଯାଉଛି । ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।

Related Posts