ଆଜି ରାଜ୍ୟ କ୍ୟାବିନେଟ ବୈଠକ: ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଆଜି ରାଜ୍ୟ କ୍ୟାବିନେଟ ବୈଠକ | ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଆସନ୍ତା ସପ୍ତାହରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ନେଇ ଆଲୋଚନା ହେବ | ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବୈଠକରେ ଅଧ୍ୟକ୍ଷତା କରିବେ ।

ସେହିପରି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ମଧ୍ୟ ମଞ୍ଜୁରୀ ନେଇ ଆଶା କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ ମଞ୍ଜୁରୀ କର୍ତ୍ତୃପକ୍ଷ(HLC) କିଛି ଶିଳ୍ପ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରୀ ଦେଇପାରନ୍ତି । ତେବେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ କ୍ୟାବିନେଟ ବୈଠକ ଅଧିକ ଗୁରୁତ୍ବ ବହନ କରିବ ।

Related Posts