ଆସନ୍ତାକାଲି ଯାଜପୁରରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ଯୋଜନାରେ ସାମିଲ ହେବ ଯାଜପୁର ସହର । ଆସନ୍ତାକାଲି ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଯୋଜନାରେ ମୋଟ୍ ୪ ଲକ୍ଷ ୧୦ହଜାର ହିତାଧିକାରୀ ଉପକୃତ ହେବେ ।

ଏହି ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଅଶୋକ ପଣ୍ଡା, ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ତଥା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ ପ୍ରମୁଖ ଉପସ୍ଥିତ ରହିବେ ।

Related Posts