ଭୁବନେଶ୍ଵର(ସତ୍ୟପାଠ ବ୍ୟୁରୋ) : ପାରଳାଖେମୁଣ୍ଡିର ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା ଆତ୍ମସମର୍ପଣ କରିଛନ୍ତି। ୫ ବର୍ଷ ପରେ ପାରଳାଖେମୁଣ୍ଡି ଏସଡିଜେଏମଙ୍କ ନିକଟରେ ଓକିଲଙ୍କ ଜରିଆରେ ଆତ୍ମସମର୍ପଣ କରିଛନ୍ତି ଡିଏଫଓ। ୨୦୨୧ ମସିହା ଜୁଲାଇ ମାସରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ କ୍ୱାର୍ଟରରେ ପୋଡ଼ି ହୋଇ ଏସିଏଫ ସୌମ୍ୟରଞ୍ଜନ ଗୁରୁତର ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ କରାଯାଇଥିବାବେଳେ କ୍ରାଇମବ୍ରାଞ୍ଚ ଏବଂ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।
ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ଜୁଲାଇ ମାସରେ ଗଜପତି ଜିଲ୍ଲାରେ କାର୍ଯ୍ୟରତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ପାରଳାଖେମୁଣ୍ଡିସ୍ଥିତ ସରକାରୀ କ୍ୱାର୍ଟରରେ ପୋଡ଼ି ହୋଇ ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ହୋଇଥିଲା। ଯାହା କି ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ଏହି ମାମଲାରେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ଏବଂ ତତ୍କାଳୀନ ଗଜପତି ଜିଲ୍ଲାର ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଥିଲା। ଏନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୃତ ସୌମ୍ୟରଞ୍ଜନଙ୍କ ବାପା। ଏହି ଘଟଣାର ତଦନ୍ତ ଆଧାରରେ ମାମଲାରେ ବିଭିନ୍ନ ପର୍ଯ୍ୟାୟରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଚାଲିଆସୁଛି ।
