ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଓଡ଼ିଶାରେ ନିର୍ମାଣ ହେବାକୁ ଯାଉଛି ୯୨ ରେଳ ଓଭରବ୍ରିଜ୍ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ରେଳ ଓଭରବ୍ରିଜ୍ ଗୁଡ଼ିକ ପାଇଁ ୫୦-୫୦ ଅନୁପାତରେ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା ।ତେବେ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ ।
ଏହାକୁ ଧ୍ୟାନ ଦେଇ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବାକୁ ରେଳ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି । ଏନେଇ ପତ୍ର ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଇଥିବାର ଦେଖିବାକୁ ମିଳିଛି ।





