ଓମିକ୍ରନ କୁ ନେଇ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ସାରା ବିଶ୍ବରେ ଏବେ ଓମିକ୍ରନକୁ ନେଇ ଚିନ୍ତା ବଢ଼ୁଥିବା ବେଳେ, ଓଡ଼ିଶାରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି । ତେବେ 2 ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତର୍କ ରହିବା ନେଇ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡ଼ ନିୟମ ପାଳନ କରିବା ସହ ସଚେତନ ରହିବା ଉପରେ ଗୁରୁତ୍ୱ ଦେଇଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତଗତିରେ ସଂକ୍ରମଣ କରୁଛି । ତେଣୁ ଆଗକୁ ଆମକୁ ସତର୍କ ରହିବାକୁ ପଡିବ । ସମସ୍ତଙ୍କୁ ଅନୁରୋଧ କରୁଛି ମାସ୍କ ପିନ୍ଧନ୍ତୁ । ଦରକାର ନଥିଲେ ବାହାରକୁ ଯାଆନ୍ତୁ ନାହିଁ । ପ୍ରତି ଜୀବନ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ । ଆପଣଙ୍କ ସହଯୋଗରେ ଏହି ଲହରକୁ ମୁକାବିଲା କରିବା ସହଜ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related Posts