‘ଓମିକ୍ରନ’ ଭୟ: ସମୀକ୍ଷା ବୈଠକ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ବଢିବାକୁ ଲାଗୁଛି ଓମିକ୍ରମ ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସମୀକ୍ଷା ବୈଠକ ଡାକିଛନ୍ତି | କରୋନା ଓ ଓମିକ୍ରନ ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢିବା ନେଇ ବୈଠକ ଡାକିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ରାଜ୍ୟରେ ଓମିକ୍ରନ ସଂକ୍ରମଣ କିପରି ରୋକାଯାଇ ପାରିବ ସେ ଉପରେ ବିସ୍ତୃତ ଆଲୋଚନା କରାଯିବ ।

ରାଜ୍ୟରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁଇ ଦିନ ହେଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉପର ମୁହାଁ ହେବାରେ ଲାଗିଛି । ଯାହା ଫଳରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଆଜି ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାର ମାନଙ୍କୁ ନେଇ ଏକ ବୈଠକ ଡାକିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୨୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Posts