ଓରାଙ୍ଗଉଟାଙ୍ଗ ଉଦ୍ଧାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବନି September 10, 2026 | 8:24 PMSatya Pathaଜାତୀୟଦେଶ ବିଦେଶବଡ ଖବରମୁଖ୍ୟ ଖବରରାଜ୍ୟ ଦୁବାଇ/ଭୁବନେଶ୍ୱର, (ସତ୍ୟପାଠବ୍ୟୁରୋ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ପାଞ୍ଚଟି ଶିଶୁ ଓରାଙ୍ଗଉଟାନ ଉଦ୍ଧାର ହେବା ଘଟଣାରେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହା ସହିତ, ଏହି ପ୍ରାଣୀମାନେ କେଉଁ ପରିସ୍ଥିତିରେ ଓଡ଼ିଶାରେ ପହଞ୍ଚିଲେ, ସେ ସମ୍ପର୍କରେ ସବିଶେଷ ତଦନ୍ତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ପରିସ୍ଥିତିରେ ଏହି ପ୍ରାଣୀ ଗୁଡିକ ବାଲେଶ୍ୱର ଜିଲ୍ଲାକୁ ଆସିଲେ ଏବଂ ଏହା ପଛରେ କ’ଣ ପୃଷ୍ଠଭୂମି ରହିଛି, ତାକୁ ସ୍ପଷ୍ଟ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ କେବେହେଲେ ଏକ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ, ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ବିଦେଶୀ ବନ୍ୟପ୍ରାଣୀଙ୍କ ଏହି ବେଆଇନ ପରିବହନରେ କୌଣସି ନେଟୱାର୍କ ସମ୍ପୃକ୍ତ ଥିଲେ, ତାହାକୁ ଚିହ୍ନଟ କରି ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହି ପରିପ୍ରେକ୍ଷୀରେ, ଭାରତ ସରକାରଙ୍କ ସମ୍ପୃକ୍ତ କର୍ତ୍ତୃପକ୍ଷ, ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ ଏବଂ ଅନ୍ୟାନ୍ୟ ବନ୍ୟପ୍ରାଣୀ ଓ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ସହ ସମନ୍ୱୟ ରଖି ଏହି ମାମଲାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁବାଇରେ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟକ୍ରମରେ ଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଘଟଣାକ୍ରମ ସମ୍ପର୍କରେ ନିରନ୍ତର ଅବଗତ ରହିଛନ୍ତି ଏବଂ ଏହି ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି।
ବିଜେପିର ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ନିଯୁକ୍ତ, ଓବିସି ମୋର୍ଚ୍ଚା ପ୍ରଭାରୀ ବୈଜୟନ୍ତ ପଣ୍ଡା September 10, 2026 | 8:14 PM