ଦେଶରେ ବଢ଼ୁଥିବା ସଂକ୍ରମଣରେ ସାମାନ୍ୟ ହ୍ରାସ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୩୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୫୨୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩,୩୩,୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୧୭୧ କମ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୯୨,୩୭,୨୬୪ରେ ପହଞ୍ଚିଛି।

ଭାରତରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୪,୮୯,୪୦୯ରେ ପହଞ୍ଚିଛି। ସେହିପରି ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯,୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୮୭,୨୦୫ ରହିଛି। ଦେଶରେ ଆକ୍ଟିକ କେସ୍‌ ହାର ୫.୫୭ ପ୍ରତିଶତ ଥିବାବେଳେ ସୁସ୍ଥତା ହାର ୯୩.୧୮ ପ୍ରତିଶତ ରହିଛି ।