ଖୁସି ଖବର: ନିୟମିତ ହେଲେ ୮୧୦୨ ଜଣ କନିଷ୍ଠ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ନୂଆ ବର୍ଷ ଅବସରରେ ଶିକ୍ଷକ ମାନଙ୍କୁ ମିଳିଛି ଖୁସି ଖବର ।
୮୧୦୨ ଜଣ କନିଷ୍ଠ ଶିକ୍ଷକ ନିୟମିତ ହୋଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ ସୂଚନା ଦେଇଛନ୍ତି। ୨୦୧୫ ମସିହା ଜାନୁଆରିରେ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗ ଆଜି ନିୟମିତ କରିଛି। ୬ ବର୍ଷ ୧୧ ମାସ ପରେ ଏମାନଙ୍କୁ ନିୟମିତ କରାଯାଇଛି। ଏହା ଭିତରେ ୪୦୦୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଛି।

୨୦୨୨ ଲାଗି ଗଣଶିକ୍ଷା ବିଭାଗର ଯୋଜନା ସଂପର୍କରେ ସୂଚନା ଦେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ୨୫୦ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ବାକି ଅନ୍ୟସବୁ ବ୍ଲକରେ ଏବର୍ଷ ଆଦର୍ଶ ବିଦ୍ୟାଳୟ ଖୋଲାଯିବ ଏବଂ ଚଳିତ ବର୍ଷ ଷଷ୍ଠ ଶ୍ରେଣୀରୁ ପାଠପଢ଼ା ଆରମ୍ଭ କରାଯିବ। ରାଜ୍ୟର ସମସ୍ତ ସ୍କୁଲକୁ ରୂପାନ୍ତରୀକରଣ କରାଯିବ ଓ ଫାଇଭ ଟି ଅଧୀନରେ ଅଣାଯିବ। ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏଗାର ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ବାହାରି ସାରିଛି। ଆଦର୍ଶ ବିଦ୍ୟାଳୟରେ ୧୭୦୦ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

Related Posts