ତଳକୁ ଖସୁଛି ତାପମାତ୍ରା, ଥରୁଛି ସାରା ଓଡ଼ିଶା

ରାଜ୍ୟରେ ଏବେ ପାରଦ ତଳ ମୁହାଁ ହୋଇଛି | ଫଳରେ ଗତ ୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ତଳକୁ ଖସିବାରେ ଲାଗିଛି । ଶୁଷ୍କ ଥଣ୍ଡା ବାୟୁ ପ୍ରବେଶ ଆରମ୍ଭ ହୋଇଯାଇଥିବାରୁ ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡାର ପ୍ରକୋପ ବଢ଼ିଛି। ୩ ଦିନ ହେବ ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ପରିଗଣିତ ହେଉଥିବା ବେଳେ ଗୁରୁବାର ଏଠାରେ ତାପମାତ୍ରା ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ସେହିପରି ରାଜ୍ୟର ୨୨ ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି| ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୫ ଡିଗ୍ରୀରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୦୨ ଡିଗ୍ରୀରୁ ୨ ଡିଗ୍ରୀ ଯାଏଁ ତଳକୁ ଖସିଛି। ସେହିପରି ଉପକୂଳ ଓଡ଼ିଶାରେ ତାପମାତ୍ରା ୦୨ ଡିଗ୍ରୀରୁ ୧୩ ଡିଗ୍ରୀ ଯାଏଁ ତାପମାତ୍ରା ତଳକୁ ଖସିଛି ବୋଲି କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି। ଆହୁରି ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ। ଶୀତର ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି।

Related Posts