ରାଜ୍ୟରେ ଏବେ ତଳମୁହାଁ ରହିଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗୁଛି | ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨ ଜଣ ନୂଆ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏଥିସହ ଆଉ ୯ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି
ରାଜ୍ୟରେ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ବର୍ଷ ବୟସ୍କ ବର୍ଗରେ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ୧୨, ବାଲେଶ୍ୱର ୧୪, ବରଗଡ ୯, ଭଦ୍ରକ ୫, ବଲାଙ୍ଗୀର ୨, ବୌଦ୍ଧ ୧୦, କଟକ ୨୦, ଦେବଗଡ ୪, ଢେଙ୍କାନାଳ ଜଣେ, ଗଜପତି ୨୯, ଗଞ୍ଜାମ ୫, ଜଗତସିଂହପୁର ୮, ଯାଜପୁର ୨୦, ଝାରସୁଗୁଡା ୧୩ ଜଣ, କଳାହାଣ୍ଡି ୫, କନ୍ଧମାଳ ୩, କେନ୍ଦ୍ରାପଡା ୧୬, କେନ୍ଦୁଝର ୨, ଖୋର୍ଦ୍ଧା ୩୨, କୋରାପୁଟ ୯, ମାଲକାନଗିରି ୨, ମୟୂରଭଞ୍ଜ ୧୪, ନବରଙ୍ଗପୁର ୩, ନୟାଗଡ ୯, ନୂଆପଡା ୫, ପୁରୀ ୩, ରାୟଗଡା ୧୪, ସମ୍ବଲପୁର ୨୪, ସୋନପୁର ୩, ସୁନ୍ଦରଗଡ ୩୯ ଓ ଷ୍ଟେଟପୋଲରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ହଜାର ୩୨୦ ଜଣ । ସୁସ୍ଥ ହେଲେଣି ୧୨ଲକ୍ଷ ୭୦ହଜାର ୨୨୧ ଜଣ |





