ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦିଲ୍ଲୀ ବିସ୍ପୋରଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ବିସ୍ଫୋରଣରେ ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁଟାନ ଗସ୍ତ ଫେରି ସେ ପ୍ରଥମେ ବିସ୍ଫୋରଣରେ ଆହତ ହୋଇଥିବା ଲୋକଙ୍କୁ ଭେଟିଛନ୍ତି। LNGP ହସ୍ପିଟାଲ ଯାଇ ସେ ଆହତମାନଙ୍କୁ ଭେଟିଥିବା ଜଣାଯାଇଛି। ପ୍ରଧାନମନ୍ତ୍ରୀ ଆହତମାନଙ୍କୁ ଭେଟି ସେମାନଙ୍କ ସହିତ କଥା ହେବା ସହ ପୀଡ଼ିତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।





