ଦେଶରେ କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା: ୨୪ ଘଣ୍ଟାରେ ବାହାରିଲେ ୧ ଲକ୍ଷ ୬୭ ହଜାରରୁ ଅଧିକ କରୋନା ପଜିଟିଭ୍, ୧୧୯୨ ମୃତ

ଦେଶରେ ଜାରି ରହିଛି କରୋନାର ତୃତୀୟ ଲହର | ଏହାରି ମଧ୍ୟରେ ବଢୁଥିବା ସଂକ୍ରମିତଙ୍କ ସଂଖ୍ୟା ତଳମୁହାଁ ରହିଥିବା ବେଳେ, କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ | ବଢୁଛି ମୃତ୍ୟୁ ସଂଖ୍ୟା | ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୧ ଲକ୍ଷ ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୯୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୭୦୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୧୯୨ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୧୪ ଲକ୍ଷ ୬୯ ହଜାର ୪୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୭୪୩୦୫୯ ସକ୍ରିୟ ମାମଲା ରହିଛି ଏବଂ ୩୯୨୩୦୧୯୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୬୨୪୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ଅନ୍ୟପଟେ ଆଜି ରାଜ୍ୟରୁ ୩୦୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୩୨୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫୪ଜଣ ରହିଛନ୍ତି ।

Related Posts