ବଢୁଥିବା କରୋନା ସଂକ୍ରମଣକୁ ନେଇ ବେକାବୁ ପରିସ୍ଥିତି | ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଦେଢ ଲକ୍ଷ ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୮୦୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୭ ଛୁଇଁଛି ।
ଏବେସୁଦ୍ଧା ଦେଶରେ ୩୫୮୭୫୭୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୨୧୪୪୬ ସକ୍ରିୟ ମାମଲା ରହିଛି ଏବଂ ୩୪୫୭୦୧୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୪୨୧୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ଅନ୍ୟପଟେ ରାଜ୍ୟରୁ ଆଜି ୨୪ ଘଣ୍ଟାରେ ୭୦୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୧୨୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୨୯୪୩ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୦୭ ଚିହ୍ନଟ ହେଉଛନ୍ତି। ଏଥିସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୨ ହଜାର ୭୬୯କୁ ବୃଦ୍ଧି ପାଉଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୨୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ସୁନ୍ଦରଗଡ଼ରୁ ୧୧୪୭, ସମ୍ବଲପୁରରୁ ୬୦୯, କଟକରୁ ୫୦୫, ମୟୂରଭଞ୍ଜରୁ ୨୦୧, ପୁରୀରୁ ୧୫୬ ଓ ଷ୍ଟେଟ୍ ପୁଲ୍ରୁ ୪୮୬ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।
