ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ, ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ। ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏନେଇ ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତେବେ ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି। ନୂଆପଡ଼ା ଉପ ନିର୍ବାଚନ ପରେ ବିଧାନସଭାର ଶୀତ ଅଧିବେଶନ ବସିବ ବୋଲି ସୂଚନା ମିଳିଛି ।

ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି।

Related Posts