ନିର୍ବାଚନ ଗୋଟି: ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ପ୍ୟାକେଜ ଘୋଷଣା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କ ପାଇଁ ଏକ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ।

ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।
ସମସ୍ତଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ। ଏଥିସହ ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମାଚାରୀମାନଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଯୋଗାଇ ଦିଆଯିବ।
ସବୁ ସିଆରପି-ସିଏମ୍ ମାନଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ ।
ସବୁ ସିଆରପି-ସିଏମ୍ ମାନଙ୍କୁ ଗସ୍ତ ଖର୍ଚ୍ଚ ବାବଦ ମାସିକ ୩୫୦ ଟଙ୍କା ପ୍ରଦାନ କରାଯିବ । ଟେଲିଫୋନ ଭତ୍ତା ବାବଦରେ ସିଆରପି-ସିଏମ୍ ମାନଙ୍କୁ ମାସିକ ୧୫୦ ଟଙ୍କା ପ୍ରଦାନ କରାଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ । ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ବ୍ୟବସ୍ଥା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଆଗକୁ ନେବାରେ ପଞ୍ଚାୟତ ସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କର ମହତ୍ତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ ସେମାନଙ୍କୁ ଉତ୍ସାହିତ କରିବ ।

Related Posts