ନୂଆବର୍ଷ ପାଇଁ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାରି ହେଲା ଏସ୍ଓପି

ସତ୍ୟପାଠ 28/12 ଭଦ୍ରକ: ନୂଆବର୍ଷ ପାଇଁ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଏସଓପି ଜାରି କଲା ଜିଲ୍ଲା ପ୍ରଶାସନ । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ସକାଳ ୬ଟାରୁ ଜାନୁଆରୀ ୨ ତାରିଖ ସଂଧ୍ୟା ୮ଟା ଯାଏଁ ଭକ୍ତଙ୍କ ଦର୍ଶନକୁ ବାରଣ କରିଛି ପ୍ରଶାସନ । ତା’ସହ କୋଭିଡ କଟକଣା ମଧ୍ୟରେ ସମ୍ପନ୍ନ ହେବ ଦୈନଦିନ ନୀତିକାନ୍ତି । ସୀମିତ ସେବାୟତ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବା ପାଇଁ ପ୍ରଶାସନ ପରାମର୍ଶ ଦେଇଛି । ଏପରିକି ମନ୍ଦିର ଓ ପୀଠରେ ଯେପରି ଗହଳି ନହେବ ସେଥିପାଇଁ କଟକଣାକୁ କଡାକଡି କରାଯାଇଛି । ଅନ୍ୟପକ୍ଷରେ ପୁରୁଣା ବର୍ଷକୁ ବିଦାୟ ଦେବା ସହ ଓ ନୂତନ ବର୍ଷକୁ ସ୍ୱାଗତ କରିବା ପାଇଁ ଶ୍ରୀକ୍ଷେତ୍ରରେ ଜମିବନି ବିଶେଷ ଭିଡ଼ । ହୋଟେଲମାନଙ୍କରେ ହେବନି ଥାର୍ଟି ଫାର୍ଷ୍ଟ ସେଲିବ୍ରେସନ । ସେହିପରି ଡିସେମ୍ବର ୩୧ ଓ ଜାନୁଆରୀ ୨୦୨୨ ବର୍ଷ ଆରମ୍ଭର ପ୍ରଥମ ଦିନରେ ମହାପ୍ରଭୁ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ପର୍ଯ୍ୟଟକ ଓ ଭକ୍ତଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନର‌ ଏଭଳି ପଦକ୍ଷେପକୁ ହୋଟେଲିୟର୍ସ, ସେବାୟତ ଓ ଭକ୍ତ ସ୍ବାଗତ କରିଛନ୍ତି । ସେପଟେ ବର୍ଷ ଆରମ୍ଭରୁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ।

Related Posts