ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଯିବା ସମୟରେ ଓଲଟିଲା ପୋଲିସ ଭ୍ୟାନ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ

ରାଜ୍ୟରେ ଏବେ ପଞ୍ଚାୟତ ନିର୍ବାଚନ କୁ ନେଇ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଥିବା ବେଳେ, ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ପୂର୍ବରୁ ଅଘଟଣ ଘଟିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଯାଉଥିବା ବେଳେ ଓଲଟିଲା ପୋଲିସ ଭ୍ୟାନ । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି ।

ବସଟି ରିସର୍ଜ ଅଫିସରୁ ବାହାରି କୋଶାଗୁମୁଡା ଯାଉଥିବା ବେଳେ ସୋରିଶପଦର ନିକଟରେ ଦୁର୍ଘଟଣା ଘଟିଛି । ଆହତ ମାନଙ୍କୁ ପାପଡାହାଣ୍ତି ଓ ନବରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

Related Posts