ପଞ୍ଚାୟତ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର । ଏନେଇ ପ୍ରଚାର ଜୋର ଧରିଛି । ରାଜନୈତିକ ଦଳ ମାନେ ପ୍ରଚାର କୁ ଜୋର୍ ଦାର କରିଛନ୍ତି।

ଆସନ୍ତା ୧୬ ତାରିଖରେ ହେଉଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୧ଟି ବ୍ଲକ୍‌ର ୨୦୦ ଜିଲ୍ଲା ପରିଷଦ ଜୋନ୍‌ରେ ମତଦାନ ହେବ । ଉକ୍ତ ଦିନ ୨୨ ହଜାର ୩୭୯ଟି ଓ୍ୱାର୍ଡ ଓ ୧୬ ଶହ ୬୯ଟି ପଂଚାୟତରେ ଭୋଟ୍‌ ଗ୍ରହଣ କରାଯିବ । ଯେଉଁଥିରେ ସାମିଲ ହେବେ ୬୭ ଲକ୍ଷ ୫୧ ହଜାର ଭୋଟର । ଏଥିଲାଗି ଆଜି ୧୧ଟି ଜିଲ୍ଲା ଏବଂ ୧୫ ତାରିଖରେ ୧୯ଟି ଜିଲ୍ଲାକୁ ଯିବେ ପୋଲିଂ ପାର୍ଟି ।

ଆଜି ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟର ବିଭିନ୍ନ ପୋଲିଂ ବୁଥ୍‌କୁ ଯିବେ ପୋଲିଂ ପାର୍ଟିଂ । ପ୍ରଚାର ସମୟସୀମା ଶେଷ ହେବା ପରେ ରାଜନୈତିକ ଦଳର ନେତା ଓ ଅନ୍ୟ ଅଂଚଳର ନେତାମାନେ ସ୍ଥାନୀୟ ଅଂଚଳରେ ରହିପାରିବେନି । ପଂଚାୟତ ନିର୍ବାଚନ ପାଇଁ ମୋଟ୍ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଏହାପରେ ତିନି ଦିନ ଧରି ୨୬, ୨୭ ଓ ୨୮ରେ ବ୍ଳକ୍ ହେଡକ୍ୱାଟରଗୁଡ଼ିକରେ ଗଣତି ହେବ ।

Related Posts