ପିସିସି ସଭାପତିଙ୍କୁ କରୋନା

କରୋନା ରେ ଆକ୍ରାନ୍ତ ହେଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ | ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି | ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି । ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ୍ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।

ଦୈନିକ ପଜିଟିଭ୍ ହାର ବୃଦ୍ଧି ପାଉଛି । ତେବେ ଗତକାଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇ କହିଥିଲେ ଯେ, ସଂକ୍ରମଣ ଧୀରେ ଧୀରେ କମି କମି ଆସୁଛି । ତେଣୁ କୋଭିଡ୍ ଗାଇଡଲାଇନ୍ କୁ ଭଲ ଭାବରେ ପାଳନ କରିବା ଦ୍ୱାରା ସଂକ୍ରମଣ ପୁଣିଥରେ କମି ଆସିବ ।

ଅନ୍ୟପକ୍ଷରେ ଆଜି ରାଜ୍ୟରୁ ୭,୨୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୩୦୬୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୫୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୧ ହଜାର ୯୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୨୧ ହଜାର ୬୦୮ ରହିଥିବା ବେଳେ ୮୧ ହଜାର ୭୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Posts