ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜର ଧରିଛି । ଏହା ମଧ୍ୟରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁକୁ ବେଙ୍ଗାଲୁରୁରୁ ଉଠାଇ ଆଣିଲା ପୁଲିସ। ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ବି ଜବତ ହୋଇଛି। ସେପଟେ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ପଚରାଉଚରା କରିଛି। ଗତକାଲି ଏକ ଆର୍ଥିକ ଦେଣନେଣ ପ୍ରସଙ୍ଗରେ ପଚରାଉଚରା କରିବା ପାଇଁ ପୁଲିସ ତାଙ୍କୁ ଡାକିଥିଲା। ସବିଶେଷ ସୂଚନା ଅନୁଯାୟୀ ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ତାଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଜେରା କରିଛି।
ହତ୍ୟା ମାମଲାରେ ପୂର୍ବରୁ ଜଣେ କର୍ପୋରେଟର୍, ବରିଷ୍ଠ ନେତାଙ୍କ ସହ ୧୨ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଥିଲେ ସୁଦ୍ଧା ଏହି ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡର ରହସ୍ୟ ଏ ଯାଏଁ ଭେଦି ପାରିନାହିଁ। ଏହାରି ଭିତରେ ପୂର୍ବତନ ବିଧାୟକ ଶ୍ରୀ ପଣ୍ଡାଙ୍କୁ ପୁଲିସର ପଚରାଉଚୁରା ଚର୍ଚ୍ଚାର ବିଷୟ ହୋଇଛି।





