ପୀତବାସ ପଣ୍ଡା ହତ୍ୟା ମାମଲା: ସୁରକ୍ଷିତ ନଥିବା ଦର୍ଶାଇ ବ୍ରହ୍ମପୁର ଜେଲରୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତରିତ ହେଲେ ପୂର୍ବତନ ମେୟର ପିଣ୍ଟୁ ଦାସ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇଥିବା ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତରିତ କରାଯାଇଛି। କୋର୍ଟଙ୍କ ଅନୁମତି ପରେ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି। ବ୍ରହ୍ମପୁର ଜେଲରେ ସୁରକ୍ଷିତ ନଥିବା ଦର୍ଶାଇ ଥିଲେ ଜେଲର। ସେପଟେ ପୀତାବାସଙ୍କୁ ହତ୍ୟା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ଅଗ୍ରିମ ଭାବେ ୧୦ ଲକ୍ଷ ଟଙ୍କା ଦିଆଯାଇଥିଲା।

ହତ୍ୟାକାଣ୍ଡର ୧୭ ଦିନ ପରେ ବ୍ରହ୍ମପୁର ପୁଲିସ ରହସ୍ୟ ଉନ୍ମୋଚନ କରିବା ସହ ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ପୂର୍ବତନ ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁକୁ ପୁଲିସ ମୁଖ୍ୟ ଷଡ଼୍‌ଯନ୍ତ୍ରକାରୀ ବୋଲି ଦର୍ଶାଇଛି। ଜାମିନ ନାମଞ୍ଜୁର ପରେ ସମସ୍ତ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା।

Related Posts