ଭୁବନେଶ୍ବର (ସତ୍ୟପାଠ ବ୍ୟୁରୋ) : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଏକ ଉପରି ବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଅଧିକ ସଂଗଠିତ ହେବା ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ। ତେବେ ଏହାର ଗତିପଥ, ତୀବ୍ରତା ଏବଂ ପରବର୍ତ୍ତୀ ପ୍ରଭାବ ସମ୍ପର୍କରେ ଅଧିକ ସ୍ପଷ୍ଟତା ପାଇଁ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଉପରେ ନଜର ରହିଛି । ଏହି ସମ୍ଭାବ୍ୟ ପାଣିପାଗ ପରିବର୍ତ୍ତନ ଯୋଗୁଁ ଓଡ଼ିଶାରେ ବର୍ଷା ହେବ କି ନାହିଁ, ସେନେଇ ଆଗାମୀ ପାଣିପାଗ ପୂର୍ବାନୁମାନ ଗୁରୁତ୍ୱପୂର୍ଣ୍ଣ ହେବ । ତେଣୁ ଲୋକଙ୍କୁ ପାଣିପାଗ ବିଭାଗର ନିୟମିତ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଉଛି ।
