ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବହୁ ପ୍ରତୀକ୍ଷିତ ପୁରୀ ଅନ୍ତର୍ଜାତୀୟ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରକଳ୍ପକୁ ମଞ୍ଜୁରୀ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ। ସୋମବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରପୁ ଏହି ଦୁଇଟି ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣକୁ ନୀତିଗତ ଅନୁମୋଦନ ଦେଇଛନ୍ତି। ଏହା ସହ ରାଜସ୍ଥାନ କୋଟା ଏୟାରପୋର୍ଟକୁ ବି ମଞ୍ଜୁରୀ ଦେଇଛନ୍ତି ମନ୍ତ୍ରୀ।ଏନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଭାରତର ଅନ୍ୟତମ ପବିତ୍ର ତୀର୍ଥସ୍ଥଳ ତଥା ମହାପ୍ରୁଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ଏକ ବିଶ୍ବପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଦେଶ ତଥା ଦୁନିଆର ଲକ୍ଷ ଲକ୍ଷ ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ।
ପୁରୀଠାରେ ଏକ ବିମାନ ବନ୍ଦର ପ୍ରତିଷ୍ଠା କରିବାର ନିଷ୍ପତ୍ତି ଏହି ଅଞ୍ଚଳରେ ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଏବଂ ସାମଗ୍ରିକ ଯୋଗାଯୋଗକୁ ଗୁରୁତ୍ବପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିବ।ଏହି ବିମାନ ବନ୍ଦର ପୁରୀ ଏବଂ ଭାରତର ପ୍ରମୁଖ ମହାନଗରଗୁଡ଼ିକ ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗକୁ ବୃଦ୍ଧି କାରିବାରେ ସହାୟକ ହେବ।





