ପୁଲିସ ମୁଖ୍ୟାଳୟରେ ଦୁର୍ନୀତି ନିବାରଣ ଶପଥ ପାଠ

କଟକ : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଏକ ଶପଥ ପାଠ କାର୍ୟ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ମୁଖ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କୁ ସମସ୍ତ କାର୍ଯ୍ୟରେ ସାଧୁତା, ସ୍ୱଚ୍ଛତା ବଜାୟ ରଖିବା ସହ ଜୀବନର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ମୂଳୋତ୍ପାଟନ ପାଇଁ ବିନା ଦ୍ୱିଧାରେ କାର୍ୟ୍ୟ କରିବାକୁ ଶପଥ ପାଠ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ଆର୍‌.କେ. ଶର୍ମା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା), ସଞ୍ଜୀବ ପଣ୍ଡା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ), ଦେବଦତ୍ତ ସିଂ ଆଇ.ଜି (ହେଡକ୍ୱାର୍ଟର୍ସ), ୟତୀନ୍ଦ୍ର କୋଏଲ ଆଇ.ଜି (ପ୍ରୋଭିଜନିଂ), ପ୍ରବୀଣ କୁମାର ଆଇ.ଜି (ପର୍ସୋନେଲ) ଓ ଅମିତେନ୍ଦ୍ର ନାଥ ସ୍ନିହା ଆଇ.ଜି (କ୍ରାଇମ ବ୍ରାଞ୍ଚ) ପ୍ରମୁଖ ଉପସ୍ଥିତ ଥିଲେ। ପୁଲିସ ମୁଖ୍ୟାଳୟର ସମସ୍ତ ପ୍ରଶାସନିକ ଅଧିକାରୀ, ସଂସ୍ଥା ଅଧିକାରୀ, ଉପ ବିଭାଗ ଅଧିକାରୀ, ସହକାରୀ ଉପବିଭାଗ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ। ସହକାରୀ ଦୁର୍ଗପତି ପଙ୍କଜ କୁମାର ନାୟକ ଓ ସୁବେଦାର ଅଶୋକ କୁମାର ବେହେରା କାର୍ୟ୍ୟକ୍ରମ ପରିଚାଳନା କରିଥିଲେ।

Related Posts