ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୁଲିସ SI କେଳେଙ୍କାରୀ ମାମଲାକୁ ନେଇ ସାରା ଓଡ଼ିଶାରେ ଚର୍ଚ୍ଚା ଜର ଧରିଛି । ଏହା ମଧ୍ୟରେ ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି। ସେପଟେ ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଥିଲା କ୍ରାଇମବ୍ରାଞ୍ଚ ଟିମ୍। ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା।
ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା। କ୍ରାଇମବ୍ରାଞ୍ଚ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କରାଯାଇଥିଲା ଯେ ତାଠାରୁ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ପୁଲିସ୍ ତାର ଫର୍ଚୁନର୍ କାର୍ (ଓଡି୦୭ ଏୟୁ ୯୭୭) ଓ ଦୁଇଟି ମୋବାଇଲ୍ ଜବତ କରିଛି।





