ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କ ପରଲୋକ। ୭୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ। ଦେହ ଅସୁସ୍ଥ ଥିବାରୁ ଦୁଇ ଦିନ ହେବ ଏମ୍ସକୁ ଚିକିତ୍ସା ପାଇଁ ତାଙ୍କୁ ଅଣାଯାଇଥିଲା। ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଭୋର ୩ ଟା ସମୟରେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ରାମମୂର୍ତ୍ତି ଗମାଙ୍ଗୋ ୧୯୯୦ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜନତା ଦଳରୁ ଥରେ ଓ ୨୦୦୦ ମସିହାରୁ ୨୦୦୫ ମସିହା ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସମୟରେ ବିଜେପିରୁ ଥରେ ବିଧାୟକ ହୋଇଥିଲେ। ପତ୍ନୀ ହତ୍ୟା ମାମଲାରେ ଭୁବନେଶ୍ବର ସ୍ଵତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ।