ବଢିବ ଶୀତ, ଖସିବ ପାରଦ: 6 ଜିଲ୍ଲାରେ ପ୍ରବଳ ଶୀତ ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ

ରାଜ୍ୟରେ ପୁଣି ବଢିବ ଶୀତ ।ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ପ୍ରକୋପ ବଢିବ । ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ତାପମାତ୍ରା ଖସିବା ଫଳରେ ଶୀତବଢ଼ିବ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ୨୮ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି ୨୯ ଓ ୩୦ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର କଳାହାଣ୍ଡି, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହୋଇପାରେ। ୩୦ ତାରିଖ ପରେ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବନି। ତେବେ ତାପମାତ୍ରା ଟିକେ ବଢ଼ିପାରେ।

ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଜି ଓ ଆସନ୍ତାକାଲି ଏଠାରେ ତାପମାତ୍ରା ମଧ୍ୟ ହ୍ରାସ ପାଇବ। ଆଜି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଏବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାସ କହିଛନ୍ତି ।b

Related Posts