ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ଜାରି ରହିଛି ବର୍ଷା | ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଗତକାଲି ଦକ୍ଷିଣ ଓଡ଼ିଶା ଏବଂ ଉତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ, କିନ୍ତୁ ଆସନ୍ତାକାଲିଠୁ ପାଗରେ ପରିବର୍ତନ ଆସିବ | ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି | କାଲି ଅପରାହ୍ଣରୁ ପାଗରେ ପରିବର୍ତନ ଆସିବ । ପାରଦ ଧୀରେ ଧୀରେ ତଳକୁ ଖସିବ ଓ ଶୀତ ଫେରିବ ।

ଆଜିଠୁ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ରାଜ୍ୟର ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଂଜାମ, ଗଜପତି ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ ଘଡି ସହ ବର୍ଷା ହୋଇପାରେ ।

ଗତକାଲି ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା । ସେହିପରି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । କଟକର ନରାଜଠାରେ ସର୍ବାଧିକ ୫୦ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନରସିଂହପୁରଠାରେ ୩୦ମିମି, ମାଲକାନଗିରିଠାରେ ୩୦ ମିମି, ପୁରୁଷୋତ୍ତମପୁରଠାରେ ୩୦ ମିମି, କଳାହାଣ୍ଡିର ନର୍ଲାଠାରେ ୩୦ ମିମି, ଭଦ୍ରକ ଜିଲ୍ଲା ଆଖୁଆପଦାଠାରେ ୩୦ ମିମି ଓ ଗଞ୍ଜାମ ଜିଲ୍ଲା ଗୋପାଳପୁରଠାରେ ୩୦ମିମି ଲେଖାଏଁ ବର୍ଷା ହୋଇଛି । ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Related Posts