ବିଜେପିରେ ଯୋଗ ଦେଇପାରନ୍ତି ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ

ଭୁବନେଶ୍ବର(ସତ୍ୟପାଠ ବ୍ୟୁରୋ): ବିଜେପିରେ ଯୋଗ ଦେଇପାରନ୍ତି ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଏନେଇ ଆଜି ସକାଳୁ ଚର୍ଚ୍ଚା ଆରମ୍ଭ ହୋଇଛି। ତାଙ୍କ ବ୍ୟତୀତ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ବି ବିଜେପିରେ ସାମିଲ ହେବେ ବୋଲି ସୂଚନା ମିଳିଛି । ସେପଟେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିବେ ବୋଲି ଅନୁମାନ କରାଯାଉଛି ।

Related Posts